Odisha Link
Bridging the Missing Links in Odisha

ଦୁଇଟି ଆସନରୁ ନିର୍ବାଚନ ଲଢ଼ିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ସେ ଦୁଇଟି ଆସନରୁ ନିର୍ବାଚନ ଲଢ଼ିବେ ବୋଲି ସ୍ପଷ୍ଟ ହୋଇଛି। ହିଞ୍ଜିଳି ସହ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବେ ନବୀନ ପଟ୍ଟନାୟକ ।