Odisha Link
Bridging the Missing Links in Odisha

ଓଡ଼ିଶା: ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଓଏଲ୍‌ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ଏହାରି ମଧ୍ୟରେ ଆଗାମୀ ନିର୍ବାଚନ ପାଇଁ ପର୍ଯ୍ୟାୟ କ୍ରମରେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଉଛି। ଏହି କ୍ରମରେ କଂଗ୍ରେସ ଆଜି ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର ମଧ୍ୟରୁ ପ୍ରକାଶ ଚନ୍ଦ୍ର ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ କୁମାର ଦାସଙ୍କ କଂଗ୍ରେସ ବିଧାନସଭା ଆସନରୁ ପ୍ରାର୍ଥୀ କରିଛି।

Leave A Reply

Your email address will not be published.