Odisha Link
Bridging the Missing Links in Odisha

ଓଡ଼ିଶା: ଆଜିଠୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ, ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ

ଓଏଲ୍‌ ବ୍ୟୁରୋ: ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍। ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୁଲିଂ ପାର୍ଟି। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ। ସେହିପରି ଦେଶରେ ଚତୁର୍ଥ ପର୍ଯ୍ୟାୟ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ।

ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ଚାଲିିବ। ସେହିପରି ୨୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ୍‌ ଓ ୨୯ ତାରିଖରେ ପ୍ରତ୍ୟାହାର କରାଯିବ। ମେ’ ୧୩ରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସମେତ ଏହା ଅଧୀନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ହେବ। ଏଥି ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି ‌ଶେଷ ହୋଇଛି।

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ମଧ୍ୟରୁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେପିର କେବଳ ଜୟପୁର ଆସନ ବାକି ରହିଛି। ସେହିପରି କଂଗ୍ରେସ ଗୋପାଳପୁର ଓ ଛତ୍ରପୁର ଆସନରେ ଏ ଯାଏ ପ୍ରାର୍ଥୀ ଘୋଷଣା କରିନି।

Leave A Reply

Your email address will not be published.