Odisha Link
Bridging the Missing Links in Odisha

ବିଜେଡିରେ ମିଶିଲେ ଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ

ଓଏଲ୍‌ ବ୍ୟୁରୋ: ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଏସବୁ ଭିତରେ ବିଜେଡିରେ ଯୋଗ ଦେଲେ ଓଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗ ଦେଇ ସେ ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି କହିଛନ୍ତି।

Leave A Reply

Your email address will not be published.