Odisha Link
Bridging the Missing Links in Odisha

ଷଷ୍ଠ ପର୍ଯ୍ୟାୟରେ ବିଜେଡି କାଟିଲା ୫ ବିଧାୟକଙ୍କ ଟିକେଟ୍‌

ଓଏଲ୍‌ ବ୍ୟୁରୋ: ରାଜ୍ୟ ରାଜନୀତିର ପାରା ଉପରମୁହାଁ। ବିଭିନ୍ନ ଦଳ ନିଜ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରୁଛନ୍ତି। ଆଜି ବିିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାନସଭା ନିିର୍ବାଚନ ପାଇଁ ୬ଷ୍ଠ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଆଜି ବିଜେଡି ସୁପ୍ରିମୋ ୯ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ୯ଟି ଆସନରୁ ୪ଟି ଆସନରେ ଦଳ ମହିଳା କାର୍ଡ ଖେଳିଥିବା ବେଳେ ୫ଟି ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ଦଳ। ଏହି ତାଲିକାରେ ଦଳ ନିଜର ମହିଳା ସଂରକ୍ଷଣ କାର୍ଡକୁ ପୂରଣ କରିବାକୁ ପ୍ରୟାସ କରିଛି। ଆଜିର ୯ପ୍ରାର୍ଥୀଙ୍କୁ ମିଶାଇ ବିଜେଡି ସମୁଦାୟ ୧୩୫ ପ୍ରାର୍ଥୀ ତାଲିକା ଘୋଷଣା କରିଛି।

ବିଜୁ ଜନତା ଦଳର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୫ ବିଧାୟକଙ୍କ ଟିକେଟ କଟିଯାଇଛି। ୬ ଥରର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥି, କେନ୍ଦ୍ରାପଡ଼ା ବିଧାୟକ ଶଶୀଭୂଷଣ ବେହେରା, ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ, ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ଚମ୍ପୁଆ ବିଧାୟକ ମୀନାକ୍ଷୀ ମହନ୍ତଙ୍କ ଟିକେଟ କଟିଛି। ଅନ୍ୟପଟେରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ଧଡ଼ା ଓ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୂର୍ବରୁ ବିଜେଡି ବିଦା କରି ସାରିଛି।

ସୂଚନାଯୋଗ୍ୟ, ଆଜି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥର ବି ୯ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବଡ଼ଚଣାରୁ ସରପ୍ରାଇଜ୍ କାର୍ଡ ଖେଳିଛନ୍ତି ନବୀନ। ସେଠାରେ ବିଜେଡି ପ୍ରାର୍ଥୀ ହେଲେ ଦିିନକ ତଳେ ବିଜେଡିରେ ମିଶିିଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ଅନ୍ୟମାନଙ୍କ ମଧ୍ୟରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରା, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ଚମ୍ପୁଆରୁ ସନା ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଲିକ, ସିମୁଳିଆରୁ ସୁଭାସିନି ସାହୁ।

Leave A Reply

Your email address will not be published.