Odisha Link
Bridging the Missing Links in Odisha

ବିଜେଡିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; ୪ ମହିଳାଙ୍କୁ ମିଳିଲା ସ୍ଥାନ

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ହେଲେ ଅଟକିଛି ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣା ଆସନକୁ ନେଇ ସର୍‌ପ୍ରାଇଜ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ଚଣାରୁ ପ୍ରାର୍ଥୀ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ବର୍ଷାଙ୍କ ପ୍ରାର୍ଥିତ୍ବ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଟିକେଟ ମିଳିଛି।

Leave A Reply

Your email address will not be published.