Odisha Link
Bridging the Missing Links in Odisha

ଓଡ଼ିଶା: ଚାଲିଛି ନିର୍ବାଚନୀ କସରତ, କେବେ ଆସିବ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା?

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ହେଲେ ଅଟକିଛି ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ।

ଅନ୍ୟପଟେ, ଆସନ୍ତା ମେ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହିକ୍ରମରେ ଗତ ଗୁରୁବାରଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୨ ଦିନରେ ମୋଟ ୧୫ ଜଣ ପ୍ରାର୍ଥୀ ନିଜର ନାମାଙ୍କନ ଦାଖଲ କରିଛନ୍ତି। ବିଧାନସଭା ପାଇଁ ୧୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଲୋକସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀପତ୍ର ଭରିଛନ୍ତି। ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିବ।

Leave A Reply

Your email address will not be published.