Odisha Link
Bridging the Missing Links in Odisha

ଶୋଭାଯାତ୍ରାରେ ଅସୁସ୍ଥ ହୋଇପଡ଼ିଲେ ଅରୂପ; ମେଡିକାଲରେ ହେଲେ ଭର୍ତ୍ତି

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ। ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକା ପରେ ବିଭିନ୍ନ ରାଜନୈତିକ ଦଳ ନିଜର ଶକ୍ତି ପ୍ରଦର୍ଶନ ଆରମ୍ଭ କରିଛନ୍ତି।

ଏହି କ୍ରମରେ ପୁରୀ ପିପିଲି ଆସନରୁ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀଙ୍କୁ ଦଳ ଟିକେଟ ଦେବା ପରେ ଶୋଭାଯାତ୍ରା ଜାରି ରହିଛି। ଏହି ରୁଦ୍ର ମହାରଥୀଙ୍କ ସହ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ପ୍ରଚାର ଜାରି ରଖିଛନ୍ତି। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ ଅରୂପ ପଟ୍ଟନାୟକ ଅସୁସ୍ଥ ହୋଇପଡିଥିବା ଥିବା ଖବର ସାମ୍ନାକୁ ଆସିଛି। ପ୍ରବଳ ଗୁଳୁଗୁଳି ପାଇଁ ପିପିଲି ହାଟ ଛକ ଠାରେ ଅସୁସ୍ଥ ହେବା ପରେ ପିପିଲି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.