Odisha Link
Bridging the Missing Links in Odisha

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏହାରି ମଧ୍ୟରେ ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ ହୋଇଛି। ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ। ପ୍ରତାପ ଜେନା ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ତଳ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଅଭିଯୋଗ ମୁତାବିକ, ସାକ୍ଷୀଙ୍କ ବୟାନ ଓ ଅନ୍ୟ ରେକର୍ଡରୁ ବିଧାୟକଙ୍କ ବିରୋଧରେ ହତ୍ୟା, ଅପରାଧିକ ଷଡଯନ୍ତ୍ର, ହତ୍ୟା ଧମକ ଅଭିଯୋଗ ନେଇ ଆପାତତଃ ମାମଲା ରହିଛି ବୋଲି କହିଛନ୍ତି ଅଦାଲତ। ଜାନୁୟାରୀ ୨୦୨୧ରେ ମାହାଙ୍ଗାରେ ଘଟିଥିଲା ଡବଲ୍ ମର୍ଡର। କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ୧୩ ଜଣଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏଥିରୁ ୯ ଜଣ ଗିରଫ ହୋଇଥିଲେ। ଏତଲା ଅନୁସାରେ ୧୩ ନମ୍ବର ଅଭିଯୁକ୍ତ ଥିଲେ ପ୍ରତାପ ଜେନା। ତେବେ ପରବର୍ତୀ ସମୟରେ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲ ବିଶ୍ୱାଳଙ୍କ ମୃତ୍ୟୁ ହୋଇଯାଇଥିଲା।

Leave A Reply

Your email address will not be published.