Odisha Link
Bridging the Missing Links in Odisha

ଅଡ଼ୁଆରେ ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ; ପୁଣି ଲାଗିଲା ବଡ଼ ଝଟକା…

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ଏସବୁ ଭିତରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି। ଟାଟା ମୋଟର୍ସ ଠକେଇ ମାମଲାରେ ସ୍ଥଗିତାଦେଶକୁ ଉଠାଇଦେଲେ କୋର୍ଟ। ଏଣିକି ଅଦାଲତରେ ନିୟମିତ ହାଜର ହେବାକୁ ହେବେ। ହାଇକୋର୍ଟଙ୍କ ଆଦେଶକୁ ସେ ନିୟମିତ ଭାବେ ଅବମାନନା କରିଆସୁଥିବା ଅଭିଯୋଗ ସାମ୍ନାକୁ ଆସିଥିଲା। ଯାହାର ବିଚାର କରି ସମସ୍ତ ସ୍ଥଗିତାଦେଶକୁ ହଟାଇ ଦେଇଛନ୍ତି କୋର୍ଟ। ପ୍ରଦୀପଙ୍କ ସହ ଅନ୍ୟ ଅଭିଯୁକ୍ତ ବି ହାଜର ହେବେ।

ସୂଚନା ଅନୁସାରେ, ପ୍ରଦୀପ ପାଣିଗ୍ରାହୀ ଏବେ ବିଜେପିର ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଅଛନ୍ତି। ତାଙ୍କ ଵିରୋଧରେ ଅଭିଯୋଗ ହୋଇଥିବା ସାମ୍ନାକୁ ଆସିଥିଲା। ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲୋକଙ୍କୁ ଠକିଥିବା ଅଭିଯୋଗ ହୋଇଥିଲା। ଟାଟା ମୋଟର୍ସରେ ପାସେଞ୍ଜର ଡିଭିଜନରେ ଚାକିରି ଦେବେ କହିଥିବା ନେଇ ଅଭିଯୋଗ ହୋଇଥିଲା। ଲକ୍ଷ ଲକ୍ଷ ଟଙ୍କା ଲୋକଙ୍କଠୁ ଠକିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ପୂର୍ବରୁ ଶୁଣାଣି କରି କୋର୍ଟ ରାୟ ସଂରକ୍ଷିତ ରଖିଥିଲେ। ତେବେ ନିର୍ବାଚନ ସମୟରରେ ପ୍ରଦୀପ ପାଣିଗ୍ରାହୀଙ୍କ ଶକ୍ତି ପ୍ରଦର୍ଶନ ସମୟରେ ଅଦାଲତୀ ଝଟକା ତାଙ୍କ ନିର୍ବାଚନରେ କ୍ଷତି ପକାଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

Leave A Reply

Your email address will not be published.