Odisha Link
Bridging the Missing Links in Odisha

ବିଜେଡି ଛାଡ଼ିଲେ ରାସେଶ୍ୱରୀ ପାଣିଗ୍ରାହୀ; ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ। ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକା ପରେ ବିଭିନ୍ନ ରାଜନୈତିକ ଦଳ ନିଜର ଶକ୍ତି ପ୍ରଦର୍ଶନ ଆରମ୍ଭ କରିଛନ୍ତି। ଏସବୁ ଭିତରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ବିଜେଡି ଛାଡ଼ିଲେ ରାସେଶ୍ୱରୀ ପାଣିଗ୍ରାହୀ। ସମ୍ବଲପୁରର ପୂର୍ବତନ ବିଧାୟିକା ଥିଲେ ରାସେଶ୍ବରୀ ପାଣିଗ୍ରାହୀ। ଦଳରୁ ଟିକେଟ ପାଇବା ନେଇ ଆଶାୟୀ ଥିବା ଚର୍ଚ୍ଚା ହେଉଥିବାବେଳେ ଟିକେଟ ନମିଳିବାରୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି।

Leave A Reply

Your email address will not be published.