Odisha Link
Bridging the Missing Links in Odisha

ସରଗରମ ଓଡ଼ିଶା ରାଜନୀତି; ପ୍ରଶ୍ନ ଘେରରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ?

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ। ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକା ପରେ ବିଭିନ୍ନ ରାଜନୈତିକ ଦଳ ନିଜର ଶକ୍ତି ପ୍ରଦର୍ଶନ ଆରମ୍ଭ କରିଛନ୍ତି।

ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢ଼ିବାକୁ ଆରମ୍ଭ କରିଛି। ହେଲେ ଭାରତୀୟ ଜନତା ପାର୍ଟି ଓ କଂଗ୍ରେସର ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ କରୁଥିବା ଜଣାପଡ଼ିଛି। ୨୦୧୯ ନିର୍ବାଚନରେ ଦୂରେଇ ରହିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୪ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି। ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ଧର୍ମେନ୍ଦ୍ର ପ୍ରଧାନ ବୋଲି ଚର୍ଚ୍ଚା ହେଉଥିବାବେଳେ ଲୋକସଭା ଆସନରୁ ଲଢେଇ ଆରମ୍ଭ କରିଛନ୍ତି। ତେବେ କିଏ ହେବ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।

ନିର୍ବାଚନ ପାଖେଇ ଆସୁଥିବା ବେଳେ ଓଡ଼ିଶା ବିଜେପି ସରକାର ଗଢ଼ିବା ପାଇଁ ଆରମ୍ଭ କରିସାରିଲାଣି ପ୍ରସ୍ତୁତି। ହେଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନି। ତେବେ ଯଦି ଓଡ଼ିଶାରେ ସରକାର ଗଠନ କରିବା ସ୍ଥିତିରେ ବିଜେପି ଆସନ ପାଏ ତେବେ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗରେ ରହିଥିବାବେଳେ ତାଙ୍କ ପରେ ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ର ନାମକୁ ନେଇ ମଧ୍ୟ ଚର୍ଚ୍ଚା ହେଉଥିଲା। ଧର୍ମେନ୍ଦ୍ର ପ୍ରଧାନ, ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା, ସମ୍ବିତ ପାତ୍ରଙ୍କୁ ବିଜେପି ଲୋକସଭା ଆସନରୁ ପ୍ରାର୍ଥୀ କରିଛି। ତେବେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ଏବେବି ପ୍ରଶ୍ନ ଘେରରେ ରହିଛି।

Leave A Reply

Your email address will not be published.