Odisha Link
Bridging the Missing Links in Odisha

ନିର୍ବାଚନ ୨୦୨୪: ବଳକା ୬ଟି ଆସନରେ କାହାକୁ ବିଧାୟକ ପ୍ରାର୍ଥୀ କରିବ ବିଜେଡି?

ଓଏଲ୍‌ ବ୍ୟୁରୋ: କମ୍ପୁଛି ନିର୍ବାଚନ ମୈଦାନ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି। ହେଲେ ଏ ଯାଏଁ କୌଣସି ଦଳ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରିନାହିଁ।

ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକା ପରେ ବିଭିନ୍ନ ରାଜନୈତିକ ଦଳ ନିଜର ଶକ୍ତି ପ୍ରଦର୍ଶନ ଆରମ୍ଭ କରିଛନ୍ତି। ଏଯାବତ ୧୪୧ ଆସନରେ ପ୍ରାର୍ଥୀ ଘୋଷଣା କଲାଣି ବିଜେଡି। ଆଉ ୬ଟି ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ବାକି ରହିଛି। ଖୋର୍ଦ୍ଧା, ବେଗୁନିଆ, ଖଣ୍ଡପଡ଼ା, କୋରେଇ, ଭୋଗରାଇ, ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଛି। ତେବେ ଏହି ଆସନରୁ କାହାକୁ ପ୍ରାର୍ଥୀ କରିବ ବିଜୁ ଜନତା ଦଳ ତାହା ଦେଖିବାକୁ ବାକି ରହିଲା।

Leave A Reply

Your email address will not be published.