Odisha Link
Bridging the Missing Links in Odisha

ବ୍ରହ୍ମପୁର ଆସନରେ ହେବ ଜୋରଦାର ଲଢେଇ; ନାମାଙ୍କନ ଭରିଲେ ଭୃଗୁ ବକ୍ସିପାତ୍ର

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାରର ଶେଷ ଦିନ। ସେହିଭଳି ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା‌ ଆରମ୍ଭ ହୋଇଛି।

ଓଡ଼ିଶାରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ଆସନ ଓ ଏହା ଅଧୀନସ୍ଥ ୨୮ଟି ବିଧାନସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଏପ୍ରିଲ ୨୫ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ଏପ୍ରିଲ ୨୯ରେ ନାମାଙ୍କନ ପ୍ରତ୍ୟାହାର ଏବଂ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।

ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ମଧ୍ୟରୁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ସବୁଠୁ ବଡ଼କଥା ହେଲା ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଥିବା ଭୃଗୁ ବକ୍ସିପାତ୍ରଙ୍କୁ ବ୍ରହ୍ମପୁର ଲୋକସଭା ଆସନରୁ ବିଜୁ ଜନତା ଦଳ ଟିକେଟ୍‌ ଦେଇଥିବାବେଳେ ଆଜି ସେ ନାମାଙ୍କନ ଭରିଛନ୍ତି।

Leave A Reply

Your email address will not be published.