Odisha Link
Bridging the Missing Links in Odisha

ନିର୍ବାଚନ ସମୀକ୍ଷା ବୈଠକ: ସ୍ୱଚ୍ଛ, ଅବାଧ ଓ ନିରପେକ୍ଷ ମତଦାନକୁ ନେଇ ଆଲୋଚନା ଜାରି

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ମେ’ ୧୩ ତାରିଖରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଏନେଇ ବିଜ୍ଞପ୍ତି ଜାରି ହେବା ସହ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା‌ ଆରମ୍ଭ ହୋଇଛି। ନିର୍ବାଚନକୁ ଅବାଧ, ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ କସରତ ଜାରି ରହିଛି। ଏସବୁ ମଧ୍ୟରେ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନରେ ରାଜ୍ୟର ତତ୍ପରତାକୁ ଆକଳନ କରିବା ପାଇଁ ଆଜି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ କାର୍ଯ୍ୟକାରୀ ଏଜେନ୍ସି ସହିତ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ଅଧିବେଶନରେ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ପୁଲିସ ନୋଡାଲ ଅଧିକାରୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ଜାଣନ୍ତୁ କେଉଁଠି, କେବେ ମତଦାନ?

ବ୍ରହ୍ମପୁରର ୬ଟି ବିଧାନସଭା କ୍ଷେତ୍ରରେ ୭ରୁ ୬ଟା ଭୋଟିଂ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି ୭ରୁ ୬ଟା ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି। ଚିକିଟି ଓ ପାରଳାଖେମୁଣ୍ଡିରେ ୭ରୁ ୬ଟା ପର୍ଯ୍ୟନ୍ତ ଭୋଟିଂ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ମୋହନାରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି।

କୋରାପୁଟର ୪ଟି ବିଧାନସଭା କ୍ଷେତ୍ରରେ ୭ରୁ ୫ଟା ଭୋଟିଂ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଗୁଣୁପୁର, ବିଷମକଟକ, ରାୟଗଡ଼ା, କୋରାପୁଟରେ ୫ଟା ଯାଏ ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି। ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ରୁ ୪ଟା ଯାଏ ଭୋଟିଂ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଜୟପୁରରେ ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି।

ନୂଆପଡ଼ାର କିଛି ପୋଲିଂ ଷ୍ଟେସନରେ ୭ରୁ ୫ଟା ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ବାକିରେ ୭ରୁ ୪ ସମୟ ନିର୍ଦ୍ଧାରିତ କରାଯାଇଛି। ଖଡ଼ିଆଳରେ ୨୯ଟି ପୋଲିଂ ଷ୍ଟେସନ୍‌ରେ ୪ଟା, ବାକିରେ ୫ଟା ଯାଏ ସମୟ ନିର୍ଦ୍ଧାରିତ କରାଯାଇଛି। ଲାଞ୍ଜିଗଡ଼ରେ ସବୁଠି ସକାଳ ୭ରୁ ୪ଟା ପର୍ଯ୍ୟନ୍ତ ମତଦାନ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଜୁନାଗଡ଼, ଧର୍ମଗଡ଼, ଭବାନିପାଟଣାରେ ୭ରୁ ୫ଟା ଯାଏ ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି।

ନର୍ଲାର ୭ଟି ପୋଲିଂ ଷ୍ଟେସନରେ ୭ରୁ ୪ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ବାକିରେ ୫ଟା ଯାଏ ସମୟ ନିର୍ଦ୍ଧାରିତ କରାଯାଇଛି। ନବରଙ୍ଗପୁରର ୧୦ଟି ପୋଲିଂ ଷ୍ଟେସନରେ ୭ଟାରୁ ୪ଟା ଭୋଟିଂ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଅନ୍ୟ ସବୁ ପୋଲିଂ ଷ୍ଟେସନରେ ୬ଟା ଯାଏ ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି। ଡାବୁଗାଁରେ ୪ ପୋଲିଂ ଷ୍ଟେସନରେ ୭ଟାରୁ ୪ଟା ଯାଏ ମତଦାନ ସମୟ ନିର୍ଦ୍ଧାରିତ ହୋଇଥିବାବେଳେ ଅନ୍ୟ ସମସ୍ତ ପୋଲିଂ ଷ୍ଟେସନରେ ୬ଟା ଯାଏ ମତଦାନ ସମୟ ନିର୍ଦ୍ଧାରିତ କରାଯାଇଛି। କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ ଭୋଟିଂ ସମୟ ନିର୍ଦ୍ଧାରିତ କରାଯାଇଛି।

ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ଚାଲିିବ। ସେହିପରି ୨୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ୍‌ ଓ ୨୯ ତାରିଖରେ ପ୍ରତ୍ୟାହାର କରାଯିବ। ମେ’ ୧୩ରେ ମତଦାନ ହେବ। ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ମଧ୍ୟରୁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ବିଜେପିର କେବଳ ଜୟପୁର ଆସନ ବାକି ରହିଛି।

Leave A Reply

Your email address will not be published.