Odisha Link
Bridging the Missing Links in Odisha

ପ୍ରଚାର ମୈଦାନରେ ବିଜେଡି ସୁପ୍ରିମୋ; ହିଞ୍ଜିଳିରୁ ଆରମ୍ଭ ହେଲା ନବୀନ ଶୋ’

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଏବେ ନିର୍ବାଚନୀ ତାତି। ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ସୋମବାର ଦିନ ନବୀନ ନିବାସରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଡ଼ିିଶଙ୍ଖର ପ୍ରଚାର ଆରମ୍ଭ କରିଥିଲେ। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବାକୁ ନିବେଦନ କରି ଭିଡିଓ ଜାରି କଲା ପରେ ମଇଦାନରେ ପ୍ରଚାର ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ କରିଛନ୍ତି ନବୀନ।। ଆଉ ଏସବୁ ମଧ୍ୟରେ ଆଜି ପ୍ରତ୍ୟକ୍ଷ ଭାବେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ନବୀନ। ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି।