Odisha Link
Bridging the Missing Links in Odisha

ସକାଳୁ ଅସହ୍ୟ ତାତି; ରାଜ୍ୟରେ ୩୬ ଡିଗ୍ରୀ ଟପିଲା ତାପମାତ୍ରା

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୦ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ(ସିଭିଅର ହିଟ୍‌ୱେଭ୍‌) ଜାରି ରହିବାର ସମ୍ଭାବନା ରହିଛି। ସକାଳ ସାଢ଼େ ୮ଟା ସୁଦ୍ଧା ୩୬ ଟପିଲା ପାରଦ।

୩୬.୨ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି। କେନ୍ଦୁଝରରେ ୩୫.୬, ତାଳଚେରରେ, ବାରିପଦା ଓ ଅନୁଗୁଳରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ବର ଓ ବାଲେଶ୍ବରରେ ୩୩.୬, କଟକରେ ୩୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ତେବେ ତାତିକୁ ନଜରରେ ରଖି ଆବଶ୍ୟକତା ନଥିଲେ ଘରୁ ବାହାରିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।