Odisha Link
Bridging the Missing Links in Odisha

ଓଡ଼ିଶା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୩୦୫ ପ୍ରାର୍ଥୀ, ଆଜି ଯାଞ୍ଚ

ଓଏଲ୍‌ ବ୍ୟୁରୋ: ଦେଶରେ ଆଜି ଲୋକସଭା ନିର୍ବାଚନର ଦ୍ବିତୀୟ ଚରଣ ମତଦାନ ଚାଲିଛି। ଜନତା ଉତ୍ସାହର ସହିତ ଲୋକତନ୍ତ୍ରର ମହାପର୍ବ ପାଳନ କରୁଛନ୍ତି। ଆଉ ଓଡ଼ିଶାରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶେଷ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା। ରାଜ୍ୟରେ ମେ ୧୩ରେ ହେବ ପ୍ରଥମ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା କ୍ଷେତ୍ର ଓ ଏହା ଅଧିନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ ହେବ।

ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ ଲୋକସଭା କ୍ଷେତ୍ର ଓ ୨୮ ଟି ବିଧାନସଭା ଆସନ ପାଇଁ ମୋଟ ୩୦୫ ଜଣ ପ୍ରାର୍ଥୀ ୫୫୮ ମନୋନୟନ ପତ୍ର ଦାଖଲ କରିଛନ୍ତି। ଲୋକସଭା ପାଇଁ ୩୯ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ବିଧାନସଭା ଆସନ ପାଇଁ ୨୬୬ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

କୋରାପୁଟ ଲୋକସଭା ଆସନ ପାଇଁ ସର୍ବାଧିକ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ କଳାହାଣ୍ଡି ଓ ବ୍ରହ୍ମପୁର ଲୋକସଭା ଆସନ ପାଇଁ ୧୧ ଜଣ ଲେଖାଏଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ନବରଙ୍ଗପୁର ଲୋକସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସେହିପରି ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ହେଲେ ବ୍ରହ୍ମପୁର ବିଧାନସଭା ଆସନ ପାଇଁ ସର୍ବାଧିକ ୨୦ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିପରି ଗୁଣୁପୁର ଓ ଦିଗପହଣ୍ଡିରେ ୧୪ ଜଣ ଲେଖାଏଁ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଡାବୁଗାଁ ଓ ଝରିଗ୍ରାମ ବିଧାନସଭା ଆସନରେ ସର୍ବନିମ୍ନ ୩ ଜଣ ଲେଖାଏଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

Leave A Reply

Your email address will not be published.