Odisha Link
Bridging the Missing Links in Odisha

୫୫ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୩ ଜୀବନ

ଓଏଲ୍‌ ବ୍ୟୁରୋ: ଏନ୍‌ଏଚ୍‌ ୫୫ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଆଜି ସକାଳେ ଅନୁଗୁଳ ଜିଲ୍ଲା ପଞ୍ଚମହଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୩ ଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।

ଡେରଜାଙ୍ଗ ଗାଁର ଏହି ୩ ଜଣ ଆଜି ସକାଳେ ବାଇକରେ ନିଜ ଗାଁରୁ ଅନୁଗୁଳ ଅଭିମୁଖେ ଆସୁଥିଲେ। ପଞ୍ଚମହଲା ନିକଟରେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ଟି ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ଯୁବକ ଛିଟିକି ପଡ଼ିଥିବା ବେଳେ ସେମାନଙ୍କ ମୃତ୍ୟୁ ଘଟିଥିଲା।ମୃତକ ୩ ଜଣ ଡେରେଜାଙ୍ଗ ଗାଁର ଛୋଟୁ ପ୍ରଧାନ, ରାଜେନ୍ଦ୍ର ପ୍ରଧାନ ଓ କୃପା ପ୍ରଧାନ।ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି।ଉତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାକୁ ଉଦ୍ୟମ କରୁଥିବା ବେଳେ ତାହା ସଫଳ ହୋଇ ପାରିନି।

Leave A Reply

Your email address will not be published.