Odisha Link
Bridging the Missing Links in Odisha

ହାଇଭୋଲଟେଜ ପ୍ରଚାର: ମଧ୍ୟାହ୍ନରେ ରାହୁଲ, ଅପରାହ୍ନରେ ନଡ୍ଡା

ଓଏଲ୍‌ ବ୍ୟୁରୋ: ଆଜି ରବିବାରରେ ଦୁଇ ଦୁଇଟି ହାଇଭୋଲଟେଜ ପ୍ରଚାର ଦେଖିବ ଓଡ଼ିଶା। ପୂର୍ବାହ୍ନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଅପରାହ୍ନରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓଡ଼ିଶାକୁ ପ୍ରଚାର ପାଇଁ ଆସୁଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ଦୁଇ ହେଭିୱେଟ୍‌ଙ୍କ ଗସ୍ତକୁ ନେଇ ଉଭୟ କଂଗ୍ରେସ ଓ ବିଜେପି ଶିବିର ଚଳଚଞ୍ଚଳ ହୋଇଉଠିଛି। ଆଜି ଏହି ଦୁଇ ହେଭିୱେଟ ନେତା କରିବେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର।

ଆଉକିଛି ସମୟ ପରେ ରାହୁଲ ଗାନ୍ଧୀ ଭୁବନେଶ୍ବରରେ ପହଁଞ୍ଚିବେ। ସେ ଦିନ ୧୧ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ କଟକର ସତ୍ୟଭାମାପୁର ଯିବେ। ସେଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ସତ୍ୟଭାମାପୁରରୁ ହେଲିକପ୍ଟର ଯୋଗେ ସାଲେପୁର ଯିବେ। ଦିନ ୧୨ଟା ୨୫ରୁ ୧ଟା ୪୫ ଯାଏଁ ସାଲେପୁରରେ ସାଧାରଣ ସଭାରେ ଯୋଗଦେବେ। ଏହି ସଭାରେ କଟକ, କେନ୍ଦ୍ରାପଡ଼ା, ଜଗତସିଂପୁର ଓ ଯାଜପୁର ଜିଲ୍ଲାରୁ କଂଗ୍ରେସ ନେତା, କର୍ମୀ ଓ ସାଧାରଣ ଲୋକ ଯୋଗ ଦେବେ।

ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସାଢେ ୪ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱର ପହଞ୍ଚି ପରେ ନଡ୍ଡା ସିଧା ସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ। ସାଢେ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। ପରେ ସଂଧ୍ୟା ୬ଟା ୪୫ରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତା ମାନେ ଯୋଗ ଦେବେ। ତେବେ ନଡ୍ଡା ବ୍ରହ୍ମପୁରରେ ରାତ୍ରି ରହଣୀ କରି ପର ଦିନ ସକାଳେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.