Odisha Link
Bridging the Missing Links in Odisha

ବାଜିଛି ନିର୍ବାଚନୀ ବିଗୁଲ; ନାମାଙ୍କନ ଭରିଲେ ପ୍ରଦୀପ ଅମାତ

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେହିଭଳି ବିଜେପି ଓ କଂଗ୍ରେସ ମଧ୍ୟ ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିସାରିଛି।

ବୌଦ୍ଧ ଜିଲ୍ଲାର କଣ୍ଟାମାଳ ଓ ବୌଦ୍ଧ ଦୁଇଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ଆଜି ବିଜୁ ଜନତା ଦଳର ପ୍ରାର୍ଥୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ମନ୍ତ୍ରୀ ପ୍ରଦୀପ ଅମାତ ଓ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ନିମନ୍ତେ ବିଧାୟକ ମହୀଧର ରଣାଙ୍କୁ ବିଜେଡି ଦଳ ପକ୍ଷରୁ ପୁନର୍ବାର ପ୍ରାର୍ଥୀ କରାଯାଇଛି। ମନ୍ତ୍ରୀ ପ୍ରଦୀପ ଅମାତ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀଙ୍କ ପୀଠରେ ପୂଜା କରିବା ପରେ ଏକ ଶୋଭାଯାତ୍ରା ରେ ଯାଇ ଉପଜିଲାପାଳ ତଥା ବୌଦ୍ଧ ନିର୍ବାଚନ ମଣ୍ଡଳୀ ରିଟର୍ଣ୍ଟିଂ ଅଫିସର ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ସେହିପରି ବିଧାୟକ ମହୀଧର ରଣା ମଧ୍ୟ ମନ୍ତ୍ରୀଙ୍କ ସହ ଶୋଭାଯାତ୍ରାରେ ଯାଇ ଅତିରିକ୍ତ ଜିଲାପାଳ ତଥା କଣ୍ଟାମାଳ ନିର୍ବାଚନଣ୍ଡଳୀ ରିଟର୍ଣ୍ଟିଂ ଅଫିସର ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ନିକଟରେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଉଭୟ ବିଧାନସଭା ନିର୍ବାଚନ ମଣ୍ଡଳୀ ତଥା କନ୍ଧମାଳ ସଂସଦୀୟ କ୍ଷେତ୍ର ନିମନ୍ତେ ମେ ୨୦ ତାରିଖରେ ସକାଳ ୦୭ ଘଣ୍ଟା ଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ କରାଯିବ। ପ୍ରାର୍ଥୀ ମାନେ ନିଜର ନାମାଙ୍କନ ପତ୍ର ଆସନ୍ତା ମେ ୩ ତାରିଖ ଅପରାହ୍ନ ୩ ଘଣ୍ଟା ପର୍ଯ୍ୟନ୍ତ ଦାଖଲ କରିପାରିବେ।

Leave A Reply

Your email address will not be published.