Odisha Link
Bridging the Missing Links in Odisha

ମାଲକାନଗିରିରେ ପାଣ୍ଡିଆନ; ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଏବେ ନିର୍ବାଚନୀ ତାତି। ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ଗତ ସୋମବାର ଦିନ ନବୀନ ନିବାସରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଡ଼ିିଶଙ୍ଖର ପ୍ରଚାର ଆରମ୍ଭ କରିଥିଲେ। ତେବେ ବିଜେଡି ପ୍ରଚାରର ମଙ୍ଗ ଧରିଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ମାଲକାନଗିରିର କାଲିମେଳାରେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିର୍ବାଚନୀ ପ୍ରଚାର ଜାରି ରଖିଛନ୍ତି। ଜନତାଙ୍କୁ ଭେଟିବା ସହ ଅଭିଯୋଗ ପତ୍ର ଗ୍ରହଣ କଲେ। ଏତେ ଖରାରେ ସଭାକୁ ଆସିଥିବାରୁ କାଲିମେଳାବାସୀଙ୍କୁ ଧନ୍ୟବାଦ ଜଣାଇଲେ ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ଜୟ ଜଗନ୍ନାଥ କହି ପ୍ରଚାର ଆରମ୍ଭ କରିଛନ୍ତି। ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର ଜାରି କରିଛନ୍ତି।

ପୂର୍ବରୁ ନିର୍ବାଚନ ପ୍ରଚାର ପାଇଁ ନୂଆପଡ଼ା ଗସ୍ତରେ ବିଜେଡି ନେତା ଭି.କେ ପାଣ୍ଡିଆନ ଯାଇ ନିର୍ବାଚନ ସଭାରେ ଜନତାଙ୍କୁ ସମ୍ବୋଧନ କରିଥିଲେ। ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ କହିଥିଲେ, ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ। ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟେ ଇଞ୍ଜିନ ଆସିଛି । ଯଦି ଡବଲ ଇଞ୍ଜିନ ଭଲ କାମ କରୁଛି ତେବେ ଗୋଟେ ଇଞ୍ଜିନ କାହିଁକି ବନ୍ଦ ହୋଇଗଲା ବୋଲି ପ୍ରଶ୍ନ କରିଥିଲେ ପାଣ୍ଡିଆନ।

Leave A Reply

Your email address will not be published.