Odisha Link
Bridging the Missing Links in Odisha

ବିଜେଡିର ହେଭିଓ୍ବେଟ୍‌ ନେତାଙ୍କ ନାମାଙ୍କନ ପର୍ବ; ପ୍ରାର୍ଥିପତ୍ର ଦାଖଲ କଲେ ଦିଲ୍ଲୀପ ତିର୍କୀ

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ତେବେ ଏହାରି ମଧ୍ୟରେ ନାମାଙ୍କନ ପର୍ବ ଜାରି ରହିଛି।

ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡ ବିଧାନସଭାର ବିଜୁ ଜନତା ଦଳର ପ୍ରାର୍ଥୀ ଯୋଗେଶ ସିଂହ ଓ ଲୋକସଭା ପ୍ରାର୍ଥୀ ପଦ୍ମଶ୍ରୀ ଡ଼ ଦିଲ୍ଲୀପ ତିର୍କୀ ବିଶାଳ ପଟୁଆରରେ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେହିଭଳି ଜଟଣୀ ଆସନରୁ ଵିଭୂତି ବଳବନ୍ତରାୟ ନାମାଙ୍କନ ଦାଖଲ କରିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।

Leave A Reply

Your email address will not be published.