ଓଡ଼ିଶା ମୁହାଁ କେନ୍ଦ୍ରୀୟ ନେତା; ଆସନ୍ତା ୬ରେ ଓଡ଼ିଶା ଆସିବେ ନରେନ୍ଦ୍ର ମୋଦି

ଓଏଲ୍ ବ୍ୟୁରୋ: ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ରାଜ୍ୟରେ ବଢୁଥିବା ତାପମାତ୍ରା ସହିତ ରାଜନୈତିକ ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।
ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। ଏହା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ବିଗୁଲ ବଜାଇ ସାରିଛନ୍ତି।