Odisha Link
Bridging the Missing Links in Odisha

ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି; ନକ୍ଷତ୍ର ବେଢାକୁ ବିଜେ କରିବେ ଶ୍ରୀବିଗ୍ରହ

ଓଏଲ୍‌ ବ୍ୟୁରୋ: ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହେବ। ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିବେ।

ଜୟବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିବେ। ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିବେ। ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହେବ।

ପୂରାଣ ବର୍ଣ୍ଣିତ ଅନୁଯାୟୀ, ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ ।ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଉଛି। ଚଳିତବର୍ଷ ଆଡମ୍ବର ସହକାରେ ସାହିଯାତ୍ରା ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.