Odisha Link
Bridging the Missing Links in Odisha

ବିଜେଡିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; ଖଣ୍ଡପଡ଼ାରୁ ଲଢ଼ିବେ ସାବିତ୍ରୀ ପ୍ରଧାନ

ଓଏଲ୍‌ ବ୍ୟୁରୋ: ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି। ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାରି ମଧ୍ୟରେ ବିଜେଡି ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ବଳକା ଥିବା ୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ। ଖଣ୍ଡପଡ଼ାରୁ ଲଢ଼ିବେ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ କୁମାର ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ନିର୍ବାଚନ ଲଢ଼ିବେ।

Leave A Reply

Your email address will not be published.