Odisha Link
Bridging the Missing Links in Odisha

ବଳକା ୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି; ଜାଣନ୍ତୁ କେଉଁଠୁ ଲଢ଼ିବେ କିଏ..

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ବଢୁଥିବା ତାପମାତ୍ରା ସହିତ ରାଜନୈତିକ ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। ୨୧ଟି ଆସନରେ ପ୍ରାର୍ଥୀ ତାଲିକା ଘୋଷଣା ପରେ କିଛି ସଂସଦୀୟ କ୍ଷେତ୍ରରେ ଜୋରଦାର ଲଢେଇ ହେବ ବୋଲି କୁହାଯାଉଛି। ହେବାକୁ ଥିବା ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା। ଏସବୁ ମଧ୍ୟରେ ବଳକା ୩ ବିଧାନସଭା ଆସନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଖଣ୍ଡପଡ଼ାରୁ ଲଢ଼ିବେ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ କୁମାର ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ନିର୍ବାଚନ ଲଢ଼ିବେ। ସେହିଭଳି ଦେବଗଡ଼ ଆସନ ପାଇଁ ପୂର୍ବରୁ ପ୍ରାର୍ଥୀ ଘୋଷଣା ହୋଇଥିବାବେଳେ ତାହା ବର୍ତ୍ତମାନ ପରିଵର୍ତନ କରି ନୂତନ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ପୂର୍ବରୁ ଦେବଗଡ଼ ବିଧାନସଭା ପ୍ରାର୍ଥୀ ଭାବେ ଅରୁନ୍ଧତୀ ଦେବୀଙ୍କୁ ଟିକେଟ ଦେଇଥିବାବେଳେ ତାହା ବଦଳାଇ ଏବେ ରୋମାଞ୍ଚ ରଂଜନ ବିଶ୍ବାଳଙ୍କୁ ପ୍ରାର୍ଥୀ କରିଛି।

Leave A Reply

Your email address will not be published.