Odisha Link
Bridging the Missing Links in Odisha

ଓଡ଼ିଶା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଓଏଲ୍‌ ବ୍ୟୁରୋ: ସରଗରମ ଓଡ଼ିଶା ରାଜନୀତି। ନିର୍ବାଚନ ତାରିଖ ଯେତେ ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ବଢୁଥିବା ତାପମାତ୍ରା ସହିତ ରାଜନୈତିକ ଉଷ୍ମତା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ଜାରି ରଖିଥିବା ବେଳେ। ଶାସକ ବିଜୁ ଜନତା ଦଳ ପ୍ରଥମ ଦଳ ଭାବେ ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ୧୪୪ଟି ଆସନ ପାଇଁ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ବାକି ୩ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।

ଏସବୁ ମଧ୍ୟରେ ବଳକା ୩ ବିଧାନସଭା ଆସନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ସେହିପରି ବିଜେପି ମଧ୍ୟ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। କଟକ-ବାରବାଟୀରୁ ପ୍ରର୍ଣ୍ଣଚନ୍ଦ୍ର ମହାପାତ୍ର, ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଜେନା, ବାରବାଟୀ କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ରଣବିଜୁଳିଙ୍କୁ ବିଜେପି ପ୍ରାର୍ଥୀ କରିଛି।

 

Leave A Reply

Your email address will not be published.