Odisha Link
Bridging the Missing Links in Odisha

ଭୁବନେଶ୍ବରରେ ମେ’ ୧୦ରେ ମୋଦିଙ୍କ ରୋଡ ଶୋ’

ଓଏଲ୍‌ ବ୍ୟୁରୋ: ସବୁଠି ନିର୍ବାଚନୀ ତାତି। ସାରା ରାଜ୍ୟରେ ଆରମ୍ଭ ହୋଇଗଲାଣି ପ୍ରଚାର ପର୍ବ। ସବୁ ଦଳ ନିଜର କଳ, ବଳ ଓ କୌଶଳ ଖଟାଇ ଆରମ୍ଭ କଲେଣି ପ୍ରଚାର। ରାଜ୍ୟର ତିନି ରାଜନୈତିକ ଦଳର ଶୀର୍ଷ ନେତୃତ୍ୱଙ୍କ ହାଇଭୋଲଟେଜ୍‌ ପ୍ରଚାର ଏବେ ଆରମ୍ଭ ହୋଇଗଲାଣି। ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସପ୍ତାହରେ ପୁଣି ଓଡ଼ିଶା ଆସିବେ।

ମେ’ ୧୦ ଓ ୧୧ ତାରିଖରେ ନରେନ୍ଦ୍ର ମୋଦିଙ୍କ ଓଡ଼ିଶାରେ କାର୍ଯ୍ୟକ୍ରମ ରହିଛି। ୧୦ ତାରିଖରେ ସେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ। ଏକାମ୍ର, ଉତ୍ତର ଓ ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀଙ୍କ ସମେତ ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ପାଇଁ ରାଲି କରିବେ ମୋଦି। ଏହାପରେ ୧୧ ତାରିଖରେ ସେ ବଲାଙ୍ଗିରରେ ଏକ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନାଯୋଗ୍ୟ, ଆସନ୍ତାକାଲି ରାତି ସାଢ଼େ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ରାଜଭବନରେ ରହିବେ। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ଜନସଭାକୁ ସମ୍ବୋଧିତ କରିବେ। କେନ୍ଦ୍ରର ଜନହିତକାରୀ ଯୋଜନା ସମ୍ପର୍କରେ ଅବଗତ କରାଇବା ସହିତ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ। ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

Leave A Reply

Your email address will not be published.