Odisha Link
Bridging the Missing Links in Odisha

ନାମାଙ୍କନ ଭରିଲେ ନୟାଗଡ଼ ବିଧାୟକ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତିକି ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ଏସବୁ ଭିତରେ ନାମାଙ୍କନ ପର୍ବ ଜାରି ରହିଛି। ନୟାଗଡ଼ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳରୁ ପ୍ରାର୍ଥୀ ହୋଇଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ। ଆଜି ସେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନୟାଗଡ଼ ବ୍ଲକର ୨୯ ଗୋଟି ପଞ୍ଚାୟତ, ନୟାଗଡ଼ ପୌରାଞ୍ଚଳ, ଓଡ଼ଗାଁ ବ୍ଲକ ଓ ଓଡ଼ଗାଁ ଏନଏସିର ନେତା ଓ କର୍ମୀ ମାନେ ଏଥିରେ ସାମିଲ ହୋଇଛନ୍ତି। ଏଥି ନିମନ୍ତେ ବିଜେଡି ନେତା ଓ କର୍ମୀ ମାନଙ୍କୁ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।

ଛାତ୍ର, ଯୁବ, ମହିଳା, ବରିଷ୍ଠ ନାଗରିକଙ୍କ ଠାରୁ ଆରମ୍ଭ କରି ସବୁ ବର୍ଗର ବ୍ୟକ୍ତି ମାନେ ଏଥିରେ ସାମିଲ ହୋଇଛନ୍ତି। ଅରୁଣଙ୍କ ନାମାଙ୍କନ ଦାଖଲ ପାଇଁ ୨୫ ହଜାରରୁ ଉର୍ଦ୍ଧ୍ବ ନେତା ଓ କର୍ମୀ ସାମିଲ ହୋଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ପୁରୀ ବିଜେଡି଼ର ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଅ ଖୁଣ୍ଟିଆ, ନୟାଗଡ଼ ବିଧାୟକ ଡ଼.ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ଯକ୍ଷ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ନୟାଗଡ଼ ଜିଲ୍ଲା ମହିଳା ବିଜୁ ଜନତା ଦଳ ସଭାନେତ୍ରୀ ବିରଜାଲକ୍ଷ୍ମୀ ସାହୁ ପ୍ରମୁଖ ସାମିଲ ହୋଇଥିଲେ।

Leave A Reply

Your email address will not be published.