Odisha Link
Bridging the Missing Links in Odisha

ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ; ଆଜିଠୁ ନାମାଙ୍କନ ଭରିବେ ପ୍ରାର୍ଥୀ

ଓଏଲ୍‌ ବ୍ୟୁରୋ: ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହାର ସମୟ ସୀମା ରହିଛି। କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତର ନିର୍ବାଚନ କମିସନ୍। ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ଆସନ୍ତା ୧୪ ତାରିଖ ନାମାଙ୍କନ ଭରିବାର ଶେଷ ତାରିଖ ଥିବାବେଳେ ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ।

Leave A Reply

Your email address will not be published.