Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ବିଶାଳ ରୋଡ୍‌ ସୋ’ କରିବେ ମୋଦି; ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣକୁ ବାରଣ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତିକି ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସିବେ ନରେନ୍ଦ୍ର ମୋଦି। ଆସନ୍ତା ୧୦ ତାରିଖରେ ଭୁବନେଶ୍ବରରେ ବିଶାଳ ରୋଡ୍‌ ସୋ’ କରିବେ। ବାଣୀବିହାରରୁ ମାଷ୍ଟରକ୍ୟାଣ୍ଟିନ ଯାଏ ନରେନ୍ଦ୍ର ମୋଦି ରୋଡ୍ ସୋ’ କରିବେ ବୋଲି ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ଦୃଷ୍ଟିରୁ ଡ୍ରୋନ୍ ଉଡ଼ାଣକୁ ବାରଣ କରାଯାଇଛି। ନୋ ଫ୍ଲାଇଂ ଜୋନ୍‌ ସହ ଡ୍ରୋନ୍‌ ଉଡ଼ାଣ ବାରଣ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୦ ଓ ୧୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ୱରରେ ରୋଡ୍ ସୋ’ ସହ କନ୍ଧମାଳ, ବରଗଡ଼ ଓ ବଲାଙ୍ଗିରରେ ସଭା କରିବେ। ସଭାସ୍ଥଳକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା ପାଇଁ ଗୁଇନ୍ଦା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.