Odisha Link
Bridging the Missing Links in Odisha

ଓଡ଼ିଶା ମୁହାଁ କେନ୍ଦ୍ରୀୟ ନେତା; ଭବାନୀପାଟଣାରେ ରାଜନାଥ ସିଂ ପ୍ରଚାର

ଓଏଲ୍‌ ବ୍ୟୁରୋ: ନିର୍ବାଚନ ତାରିଖ ଯେତିକି ପାଖଉଛି ସେତେ ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ମଧ୍ୟରେ ଓଡ଼ିଶାରେ କେନ୍ଦ୍ରୀୟ ନେତାଙ୍କ ପ୍ରଚାର ଜାରି ରହିଛି।

ଭବାନୀପାଟଣାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପହଂଚିଛନ୍ତି। ତାଙ୍କର ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ତା ପରେ ରାୟଗଡ଼ାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ। ସୂଚନା ଅନୁସାରେ, ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୋଲିସ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି ରାଜନାଥ ସିଂ। ସ୍ଥାନୀୟ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି।