Odisha Link
Bridging the Missing Links in Odisha

ନାମାଙ୍କନ ଭରିଲେ ବୈଜୟନ୍ତ ପଣ୍ଡା

ଓଏଲ୍‌ ବ୍ୟୁରୋ: ସରଗରମ ହେଉଛି ଓଡ଼ିଶା ରାଜନୀତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ନାମାଙ୍କନ ପର୍ବ ଜାରି ରହିଛି।

ରାଜ୍ୟରେ ହେବାକୁ ଥିବା ୪ର୍ଥ ପର୍ଯ୍ୟାୟ ନିର୍ଵାଭାନ ପାଇଁ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ପାଇଁ ନାମାଙ୍କନ ଦାଖଲ କଲେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ବୈଜୟନ୍ତ ପଣ୍ଡା ବିଶାଳ ଶୋଭାଯାତ୍ରାରେ ଆସି କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି।

ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ବୈଜୟନ୍ତ ପଣ୍ଡା। ପ୍ରଥମେ କେନ୍ଦ୍ରାପଡ଼ା ତିନି ମୁହାଣି ସ୍ଥିତ ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ଏହାପରେ ତିନି ମୁହାଣିରୁ ଶୁଭେଛୁ, ସମର୍ଥକ ଓ ବିଜେପି କର୍ମକର୍ତ୍ତାଙ୍କ ସହ ଏକ ବିରାଟ ପଟୁଆର ବାହାରିଥିଲେ। ବୈଜୟନ୍ତଙ୍କ ବିଶାଳ ଶୋଭାଯାତ୍ରା ଲ’ କଲେଜ, ତିନି ମୁହାଁଣି ଛକ, କଜଳା, ମହିପାଳ, ନୂଆ ବସ୍‌ଷ୍ଟାଣ୍ଡ, ବଡ଼ ହାଟ ଓ ପୁରୁଣା ବସ୍‌ ଷ୍ଟାଣ୍ଡ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ତା’ପରେ ସେ ସେଠାରେ ନାମାଙ୍କନପତ୍ର ଦାଖଲ କରିଥିଲେ।

Leave A Reply

Your email address will not be published.