Odisha Link
Bridging the Missing Links in Odisha

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା: ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଗିରଫ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ସରିଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ହେଲେ ଛାଡ଼ି ଯାଇଛି ହିଂସାକାଣ୍ଡର ଛାପ। ଗତକାଲି ରାତିରେ ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ବିରୋଧୀଙ୍କ ଆକ୍ରମଣରେ ଆହତ ହୋଇଥିବା ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ଏମସ୍ ସ୍ଥାନାନ୍ତର କରାଯାଇଛି। ପ୍ରଦୀପଙ୍କ ପଞ୍ଜରା ହାଡରେ ଆଘାତ ଲାଗିଥିବା ସୂଚନା ମିଳିଛି। ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।

ଅନ୍ୟପଟେ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗରେ ତାଙ୍କୁ ଥାନାରେ ଅଟକ ରଖିଥିଲା ପୁଲିସ। ଅଧିକ ତଦନ୍ତ ପରେ ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶଙ୍କୁ କୋର୍ଟ ଚାଲାଣ କରିଥିଲା ଗୋଷାଣୀ ନୂଆଗାଁ ଥାନା ପୁଲିସ। ଜାମିନ ନାମଞ୍ଜୁର ହେବାରୁ ଶ୍ରୀ ଦାସଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଥିବା ସୂଚନା ରହିଛି।

ମିଳିଥିବା ସୂଚନା ମୁତାବକ, ଗୋଷାଣୀ ନୂଆଗାଁର ସରକାରୀ ଉତ୍କଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୁଲିସ ସହ ପ୍ରଦୀପ କଥା ହେଉଥିଲେ। ସେଠାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ମଧ୍ୟ ଉପସ୍ଥିତ ଥିଲେ।ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିବା ଅଭିଯୋଗ ହୋଇଛି।ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା ଶିବଶଙ୍କରଙ୍କୁ ଗିରଫ ପରେ ଜେଲ୍‌ ପଠାଇଛି ପୁଲିସ।

ସୂଚନାଥାଉକି, ଗତକାଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ମତଦାନ ଚାଲିଥିବା ବେଳେ କିଛି ସ୍ଥାନରେ ହିଂସା କାଣ୍ଡ ଦେଖିବାକୁ ମିିଳିଥିଲା। ଏପରିକି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ କାର୍ଯ୍ୟରତ ଜଣେ ପୋଲିଂ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଜଣେ ପ୍ରିଜାଇଂଡି ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସେହିପରି ୨ ଜଣ ପ୍ରିଜାଇଂଡି ଅଧିକାରୀଙ୍କୁ ନିଲମ୍ବିତ କରିବା ସହିତ ଗିରଫ କରିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ।

Leave A Reply

Your email address will not be published.