Odisha Link
Bridging the Missing Links in Odisha

କେବେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ? ସାମ୍ନାକୁ ଆସିଲା ବଡ଼ ଖବର

ଓଏଲ୍‌ ବ୍ୟୁରୋ: ସିବିଏସଇ ଓ ଆଇ.ସି.ଆଇ.ସି.ଆଇର ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ ପରେ ସିଏଚଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ନେଇ ଅଭିଭାବକ ଚାହିଁ ବସିଛନ୍ତି। ତେବେ ଏସବୁ ମଧ୍ୟରେ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତଦୁଇ ପରୀକ୍ଷାର ଫଳାଫଳ। କେଉଁ ତାରିଖରେ ରେଜଲ୍ଟ ପ୍ରକାଶ ପାଇବ ସେନେଇ କିଛି ନିଷ୍ପତ୍ତି ହୋଇନଥିଲେ ହେଁ ଏକ ସମୟରେ କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଫଳାଫଳ ଜାରି କରାଯିବ ବୋଲି ଜଣାପଡ଼ିଛି।

ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଜୁନ୍ ମାସ ପୂର୍ବରୁ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ଉତ୍ତରଖାତା ମୂଲ୍ୟାୟନରେ ବିଳମ୍ବ ହେବା ସହ ସାଧାରଣ ନିର୍ବାଚନ ପାଇଁ ପରୀକ୍ଷା ଫଳାଫଳ ପ୍ରସ୍ତୁତି ପ୍ରଭାବିତ ହୋଇଥିବା ପରିଷଦର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଏହା ମଧ୍ୟର ସିବିଏସଇ ଓ ସିଆଇଏସସିଇ ବୋର୍ଡ ଅଧିରେ ଥିବା ସ୍କୁଲମାନଙ୍କରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳାଫଳ ପ୍ରକାଶ ପାଇସାରିଛି। ତେଣୁ ସିଏଚଏସଇ ଅଧିନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ପରୀକ୍ଷା ଫଳାଫଳ କେବେ ପ୍ରକାଶ ପାଇବ ସେନେଇ ଛାତ୍ରଛାତ୍ରୀମାନେ ଦ୍ୱନ୍ଦ୍ୱରେ ରହିଥିବା ବେଳେ ଖାତା ମୂଲ୍ୟାୟନ ଠିକ୍ ଭାବେ ହୋଇଥିବା ପରିଷଦର ଅଧିକାରୀ ସୂଚନା ଦେଇଛନ୍ତି।