Odisha Link
Bridging the Missing Links in Odisha

ବିରୋଧୀଙ୍କୁ ନବୀନଙ୍କ ପ୍ରଶ୍ନ; କୁଆଡ଼େ ଗଲା ଅଛେ ଦିନ୍?

ଓଏଲ୍‌ ବ୍ୟୁରୋ: ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ପର୍ଯ୍ୟାୟ କ୍ରମେ ନିର୍ବାଚନକୁ ନଜରରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳ କରୁଛନ୍ତି ଜୋରଦାର ପ୍ରଚାର। ରାଜ୍ୟରେ ୩ ପ୍ରମୁଖ ଦଳ ନିଜର ଜୋରଦାର ପ୍ରଚାର ଜାରି ରଖିଥିବାବେଳେ ଷ୍ଟାର ପ୍ରଚାରକ ମାନେ ନିର୍ବାଚନୀ ପ୍ରଚାରରେ ଲାଗିପଡିଛନ୍ତି। ଏସବୁ ଭିତରେ ରାଉରକେଲା ଓ ଦେବଗଡ଼ ଗସ୍ତରେ ଯାଇ ଯାଇଥିଲେ ବିଜେଡି ସୁପ୍ରିମୋ। ଦେବଗଡ ପରେ ଛେଣ୍ଡିପଦାରେ ମୁଖ୍ୟମନ୍ତ୍ରୀ ପ୍ରଚାର କରିଛନ୍ତି। ଆଉ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି।

ଏହାସହ ଛେଣ୍ଡିପଦା ମାଟିରୁ ବିରୋଧୀଙ୍କୁ ପ୍ରଶ୍ନ କରିଛନ୍ତି ନବୀନ। ସେ କହିଛନ୍ତି କୁଆଡେ ଗଲା ଅଛା ଦିନ୍? ବିରୋଧୀ ଦଳ ନେତା ମିଛ କଥା କହୁଛନ୍ତି। ଅଛେ ଦିନ କୁଆଡେ ଗଲା। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବିରୋଧୀ। ଆପଣମାନେ ଶଙ୍ଖ ଚିହ୍ନକୁ ଆଶୀର୍ବାଦ କରନ୍ତୁ। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.