Odisha Link
Bridging the Missing Links in Odisha

ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ, ଭିଡିଓ ବାର୍ତ୍ତା ମାଧ୍ୟମରେ ଦେଲେ ସୂଚନା

ଓଏଲ୍‌ ବ୍ୟୁରୋ: ଗଣତନ୍ତ୍ରର ମହାପର୍ବ ଆରମ୍ଭ ହୋଇଛି। ରାଜ୍ୟରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଥିବାବେଳେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଖେଇ ଆସୁଛି। ଏସବୁ ଭିତରେ ଦିନକୁ ଦିନ ରୋଚକ ହେବାରେ ଲାଗିଛି ଓଡ଼ିଶା ରାଜନୀତି। ଗୋଟେ ପଟେ ନିର୍ବାଚନ ଜାରି ରହିଥିବାବେଳେ ଏବେ ବି ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଏସବୁ ଭିତରେ ବିଜେଡିରୁ ଇସ୍ତଫା ଦେଲେ ଆଉ ଜଣେ ବିଧାୟକ।

ବାଲେଶ୍ବର ଜିଲ୍ଲା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଭିଡିଓ ବାର୍ତ୍ତା ମାଧ୍ୟମରେ ଇସ୍ତଫା ଦେଇଥିବା ନେଇ ସୂଚନା ଦେଇଛନ୍ତି ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ଚଳିତ ବିଧାନସଭା ନିର୍ବାଚନରେ ଦଳ ତାଙ୍କୁ ଟିକେଟ୍‌ ଦେଇନଥିଲା। ଯାହାକୁ ନେଇ ସେ କ୍ଷୁବ୍ଧ ହୋଇଥିଲେ।

Leave A Reply

Your email address will not be published.