Odisha Link
Bridging the Missing Links in Odisha

ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ମତ ଦେବେ ୯୪.୪୮ ଲକ୍ଷ ଭୋଟର

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ବାକି ଥିବା ଦୁଇଟି ପର୍ଯ୍ୟାୟରେ ନିଜ ଦଳର ପ୍ରାର୍ଥୀଙ୍କୁ ବଳ ଦେବାକୁ ପ୍ରଚାରକୁ ଜୋରଦାର କରିଛନ୍ତି ହେଭିଓ୍ବେଟ୍‌ ନେତା। ଆଉ ଦିନକ ପରେ ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ତେବେ ଏହି ୬ ଲୋକସଭା ଆସନ ପାଇଁ ଆଜି ପ୍ରଚାରର ଶେଷ ଦିନ। ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରେସମିଟ୍ କରିଛନ୍ତି।

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ୬ ଲୋକସଭା ଓ ୪୨ ବିଧାନସଭା କ୍ଷେତ୍ରରେ ହେବ ଭୋଟିଂ। ଲୋକସଭା ପାଇଁ ଲଢୁଛନ୍ତି ମୋଟ ୬୪ଜଣ ପ୍ରାର୍ଥୀ। ସେହିପରି ବିଧାନସଭା ପାଇଁ ୩୮୩ ଜଣ ପ୍ରାର୍ଥୀ ଲଢୁଛନ୍ତି। ୯୪.୪୮ ଲକ୍ଷ ଭୋଟର କରିବେ ମତାଧିକାର ସାବ୍ୟସ୍ଥ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.