Odisha Link
Bridging the Missing Links in Odisha

ଅବପାତରେ ପରିଣତ ହେଲା ଲଘୁଚାପ, ୨୪ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ଆସନ୍ତାକାଲି ସକାଳ ସୁଦ୍ଧା ୨୪ଘଣ୍ଟାରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୨୬ରେ ଭୀଷଣ ବାତ୍ୟା ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସାମ୍ଭାବ୍ୟ ବାତ୍ୟାର ନାମ ‘ରିମାଲ’ ରଖାଯାଇଛି। ଆସନ୍ତାକାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ତା’ସହ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରାଯାଇଛି।

ବାତ୍ୟା ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ, ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ପରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି। ଓଡ଼ିଶାରେ କିନ୍ତୁ ଏହି ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ରହିବ ନାହିଁ ବୋଲି ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।

Leave A Reply

Your email address will not be published.