Odisha Link
Bridging the Missing Links in Odisha

ବାଲେଶ୍ୱରରେ ନବୀନଙ୍କ ପ୍ରଚାର, ଯୋଡ଼ି ଶଙ୍ଖରେ ମତ ଦେବାକୁ କଲେ ନିବେଦନ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ତେବେ ଏହି ୬ ଲୋକସଭା ଆସନ ପାଇଁ ଗତକାଲି ପ୍ରଚାରର ଶେଷ ଦିନ ଥିଲା। ସେହିପରି ଜୁନ ୧ରେ ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ବିଭିନ୍ନ ଲୋକସଭା କ୍ଷେତ୍ରରେ ନବୀନ ଶୋ ହୋଇଛି। ପ୍ରଥମେ ରାଇରଙ୍ଗପୁରରେ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ପରେ ବାରିପଦା ଓ ବାଲେଶ୍ବରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି।

ବାଲେଶ୍ୱରରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫-ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି।

ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ବିରୋଧୀ ମିଛ କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, କୁମ୍ଭୀର କାନ୍ଦଣା କାନ୍ଦିବେ। ଏମାନେ ନିର୍ବାଚନ ବେଳେ ପର୍ଯ୍ୟଟକ ଭଳି ଆସିବେ। ନିର୍ବାଚନ ସରିଗଲେ ଖୋଜିଲେ ବି ଖୋଜିଲେ ବି ମିଳିବେ ନାହିଁ, ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.