ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ଥମୁନି ବିବାଦ, ନିସର୍ତ୍ତରେ ଥାନାରୁ ମୁକୁଳାଇବାକୁ ବିଜେପିର ପ୍ରତିବାଦ

ଓଏଲ୍ ବ୍ୟୁରୋ: ପୁଣିଥରେ ବନ୍ଧା ହୋଇ ଥାନାରେ ଅଛନ୍ତି ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ଶନିବାର ରାତିରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା ପୁଲିସ। ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ତାଙ୍କୁ ଗିରଫ କରିିଛି ପୁଲିସ। ଏହା ପରେ ତାଙ୍କୁ ନିସର୍ତ୍ତରେ ଥାନାରୁ ମୁକୁଳାଇବାକୁ ବିଜେପି ପ୍ରତିବାଦ କରିଛି।
ସୂଚନା ମୁତାବିକ, ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିଲା। ଏହି କ୍ରମରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ଉଠିଥିଲା। ଏହି ଘଟଣାରେ ପୁଲିସ ବେଗୁନିଆରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୁଲିସ କ୍ୟାମ୍ପସରେ ଅଟକ ରଖିଥିଲା। ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଜାହଯୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।