Odisha Link
Bridging the Missing Links in Odisha

ନିଲମ୍ବିତ ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ଓଏଲ୍‌ ବ୍ୟୁରୋ: ବର୍ତ୍ତମାନ ରାଜ୍ୟରେ ନିର୍ବାଚନ ମାହୋଲ ଚାଲିଥିବା ବେଳେ ଭାରତୀୟ ନିର୍ବାଚନ କମିଶନ ନେଲେ ବଡ଼ ପଦକ୍ଷେପ। ବରିଷ୍ଠ ଆଇପିଏସ୍‌ ଅଧିକାରୀ ଡିଏସ୍‌ କୁଟ୍ଟେ ନିଲମ୍ବିତ।ନିର୍ବାଚନରେ ଅନଧିକୃତ ହସ୍ତକ୍ଷେପ ଅଭିଯୋଗରେ ନିଲମ୍ବିତ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ନିଲମ୍ବିତ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସ୍‌ରେ କାର୍ଯ୍ୟ କରିବେ। କାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ।

ସେହିପରି ବରିଷ୍ଠ ଆଇପିଏସ୍‌  ଆଶିଷ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନ। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ।  ଆଶିଷ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ |