Odisha Link
Bridging the Missing Links in Odisha

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା ସହରର ତାତି

ଓଏଲ୍‌ ବ୍ୟୁରୋ: ତତଲା କଡ଼େଇରେ ଭାଜି ହେଉଛି ଓଡ଼ିଶା। ପ୍ରବଳ ଖରାରେ ଜଳୁଛି ଓଡ଼ିଶା। ଦିନ ୨.୩୦ ସୁଦ୍ଧା ୪୬.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସମ୍ବଲପୁରରେ ୪୫.୬, ହୀରାକୁଦରେ ୪୪.୫, ରାଉରକେଲାରେ ୪୩.୮ ଡିଗ୍ରୀ, କେନ୍ଦୁଝରରେ ୪୧.୪, ବାଲେଶ୍ବରରେ ୩୬.୬, ଭୁବନେଶ୍ବରରେ ୩୬.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତାତି ସହ ପ୍ରବଳରୁ ଅତି ପ୍ରବଳ ଗ୍ରୀଷ୍ମ ପ୍ରବାହ ରହିବା ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବଲାଙ୍ଗୀର, ସୋନପୁର, ଝାରସୁଗୁଡା, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ରେ ଗ୍ରୀଷ୍ମ ପ୍ରବାହ ରହିବ। ଏହାସହ ଉଷ୍ମ ରାତ୍ରିର ଅନୁଭୂତି ହେବାର ସମ୍ଭାବନା ରହିଛି।