Odisha Link
Bridging the Missing Links in Odisha

ଚାନ୍ଦବାଲିରେ ନବୀନଙ୍କ ମାରାଥନ ପ୍ରଚାର, ଯୋଡ଼ି ଶଙ୍ଖରେ ଭୋଟ୍ ଦେବାକୁ କଲେ ଅପିଲ୍

ଓଏଲ୍‌ ବ୍ୟୁରୋ: ଚଳଚଞ୍ଚଳ ରାଜ୍ୟ ରାଜନୀତି। ଜୁନ ପହିଲାରେ ହେବାକୁ ଥିବା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ। ଏହି ପର୍ଯ୍ୟାୟରେ ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ। ରାଜ୍ୟରେ ନିଜ ଗାଦିକୁ ବଞ୍ଚାଇ ରଖିବା ପାଇଁ ବିଜେଡି ପକ୍ଷରୁ ପ୍ରାଣ ପଣେ ଉଦ୍ୟମ ଜାରି ରହିଥିଵାବାବେଳେ ବିଜେପି ମଧ୍ୟ କେନ୍ଦ୍ରୀୟ ନେତାଙ୍କୁ ଆଣି ଓଡ଼ିଶାରେ ଘନ ଘନ ପ୍ରଚାର ଚଳାଇଥିଲା। ଆଜି ପ୍ରଚାରର ଶେଷ ଦିନରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଦ୍ରକ ଚାନ୍ଦବାଲିରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି।

ଚାନ୍ଦବାଲିରେ ବିଶାଳ ଜନସଭାକୁ ନବୀନ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିଏସକେୱାଇ ଭଲ କି, ମିଶନ ଶକ୍ତି ଭଲ କି, ମମତା ଯୋଜନା ଭଲ କି, ଲକ୍ଷ୍ମୀ ବସ୍ ଭଲ କି, ୫-ଟି ସ୍କୁଲ ଭଲ କି, ପିଲା ସ୍କଲାରସିପ୍ ଭଲ କି, ଚାଷୀର କାଳିଆ ଯୋଜନା ଭଲ କି, ମଧୁବାବୁ ପେନସନ୍ ଯୋଜନା ଭଲ କି, ଚାଉଳ ପାଇଁ କାର୍ଡ ଭଲ କି, ପୁରୀ କାମ ଭଲ କି, ନବୀନ ପଟ୍ଟନାୟକ ଭଲ କି, ଶଙ୍ଖ ଚିହ୍ନ ଭଲ କି। ଏହା ସହ ବିରୋଧୀଙ୍କୁ ଟାର୍ଗେଟ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ବିରୋଧୀ ମିଛ କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବିଜେଡି ମାଗଣା ବିଜୁଳି ଦେବ। ଜୁଲାଇରୁ ବିଜୁଳି ବିଲ ଆସିବ ନାହିଁ। ଆପଣମାନେ ଖୁସି ତ। ଏହା ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଛନ୍ତି।

ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି, ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା କଥା କହିବେ, କୁମ୍ଭୀର କାନ୍ଦଣା କାନ୍ଦିବେ। ଏମାନେ ନିର୍ବାଚନ ବେଳେ ପର୍ଯ୍ୟଟକ ଭଳି ଆସିବେ। ନିର୍ବାଚନ ସରିଗଲେ ଖୋଜିଲେ ବି ଖୋଜିଲେ ବି ମିଳିବେ ନାହିଁ, ନବୀନ ପଟ୍ଟନାୟକ ଆପଣଙ୍କ ସୁଖଦୁଃଖରେ ସବୁବେଳେ ଛିଡ଼ା ହୋଇ ରହିଛନ୍ତି ବୋଲି ଦଳର ବରିଷ୍ଠ ନେତା ଭି.କେ ପାଣ୍ଡିଆନ କହିଛନ୍ତି।

Leave A Reply

Your email address will not be published.