Odisha Link
Bridging the Missing Links in Odisha

ପୁରୀ ବାଣ ବିସ୍ଫୋରଣ ମାମଲା: ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱରର ଘରୋଇ ଚିକିତ୍ସାଳୟକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିବାବେଳେ ଦୁର୍ଘଟଣାର ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ। ନରେନ୍ଦ୍ର ପୁଷ୍କରିଣୀ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ। ମେଡିକାଲ ଯାଇ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ବୋଲି ନିଆଯିବ। ଘଟଣାର ପୂରା ତଦନ୍ତ କରିଵେ ଅତିରିକ୍ତ ମୁଖ୍ୟ ଶାସନ ସଚିବଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତକାଲି ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ବାଣ ଦୁର୍ଘଟଣାରେ ୩ ଜଣ ମୃତ୍ୟୁ ବରଣ କରିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।

Leave A Reply

Your email address will not be published.