Odisha Link
Bridging the Missing Links in Odisha

ବୁଥ୍‌ ସାମ୍ନାରେ ସ୍ତ୍ରୀକୁ ମାରିଦେଲା ସ୍ୱାମୀ

ଓଏଲ୍‌ ବ୍ୟୁରୋ: ମତଦାନ ବେଳେ ଅଘଟଣ। ବୁଥ୍‌ ଆଗରେ ପଡ଼ିଲା ରକ୍ତର ଛିଟା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତର ମୁକ୍ତାଡ଼ିହି ଗାଁର ୪ ନମ୍ବର ବୁଥ ସାମ୍ନାରେ ସ୍ତ୍ରୀଙ୍କ ହତ୍ୟା କଲା ସ୍ବାମୀ। ଭୋଟ୍ ଦେବାକୁ ଯାଇଥିବା ବେଳେ ମହିଳାଙ୍କୁ ବୁଥ୍‌ ସମ୍ମୁଖରେ ତାଙ୍କ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି।

ସୂଚନା ମୁତାବକ, ପାରିବାରିକ କଳହକୁ ନେଇ ସ୍ତ୍ରୀ କିଛି ଦିନ ପୂର୍ବରୁ ତାଙ୍କ ବାପ ଘରକୁ ଚାଲିଯାଇଥିଲେ। ହେଲେ ଭୋଟ ଦେବାକୁ ନିଜ ଦାଦାଙ୍କ ସହ ବୁଥକୁ ଆସିଥିବାବେଳେ ସ୍ୱାମୀ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲେ ବି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଏହି ଘଟଣା ପରେ ବୁଥ୍‌ ସମ୍ମୁଖରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ଘଟଣାସ୍ଥଳକୁ ଯାଞ୍ଚ କରିବା ସହିତ ଅଭିଯୁକ୍ତ ପ୍ରଭାକର ରାଉତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

Leave A Reply

Your email address will not be published.