Odisha Link
Bridging the Missing Links in Odisha

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନରେନ୍ଦ୍ର ମୋଦି

ଓଏଲ୍‌ ବ୍ୟୁରୋ: ଅପେକ୍ଷାର ଘଟିଲା ଅନ୍ତ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ପଦରୁ ନରେନ୍ଦ୍ର ମୋଦି ଇସ୍ତଫା ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ପହଂଚି ସେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଧିବଦ୍ଧ ଭାବେ ଚଳିତ ପାଳିରୁ ଇସ୍ତଫା ଦେଇଛନ୍ତି ନରେନ୍ଦ୍ର ମୋଦି।