ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଓଏଲ୍ ବ୍ୟୁରୋ: ଅପେକ୍ଷାର ଘଟିଲା ଅନ୍ତ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ୨୦୨୪ ନିର୍ବାଚନରେ ବିଜେପିକୁ ସଂଖ୍ୟା ଗରିଷ୍ଠତା ମିଳିଛି। ରାଜ୍ୟରେ ବିଜେଡି ୫୧ଟି ଆସନରେ ବିଜୟ ହୋଇଛି। ଏହା ପରେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି। ଏହା ପରେ ଆଜି ସେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।