ଦିଲ୍ଲୀରେ ଏନ୍ଡିଏର ସଂସଦୀୟ ଦଳ ବୈଠକ, ଏନ୍ଡିଏ ନେତା ଭାବେ ନିର୍ବାଚିତ ହେଲେ ମୋଦି
ଓଏଲ୍ ବ୍ୟୁରୋ: ଶେଷ ହୋଇଛି ଗଣତନ୍ତ୍ରର ମହାପର୍ବ। ସରକାର ଗଢିବାକୁ ମିଳି ସାରିଛି ଜନାଦେଶ। ଓଡ଼ିଶାରେ ବିଜେପି ପାଇଁ ସରକାର ଗଢିବାକୁ ବାଟ ଫିଟିଥିବା ବେଳେ କେନ୍ଦ୍ରରେ ଏନଡିଏକୁ ବହୁମତ ମିଳିଛି। ଲଗାତାର ତୃତୀୟ ଥର ଦେଶରେ ଆରମ୍ଭ ହେବ ମୋଦି ସରକାର। ଦିନେ ପରେ ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେବେ ନରେନ୍ଦ୍ର ମୋଦି। ସରକାର ଗଠନ ନେଇ କସରତ ଆରମ୍ଭ ହୋଇଛି। ଦିଲ୍ଲୀରେ ଏନ୍ଡିଏର ସଂସଦୀୟ ଦଳ ବୈଠକ ଜାରି ରହିଛି।
ଏନ୍ଡିଏ ଅଂଶୀଦାର ନେତା ଓ ସାଂସଦ ସାମିଲ ରହିଥିବାବେଳେ ଏନ୍ଡିଏ ନେତା ଭାବେ ନିର୍ବାଚିତ ହେଲେ ନରେନ୍ଦ୍ର ମୋଦି। ତେବେ ରାଜନାଥ ସିଂହ ଦଳର ବୈଠକରେ ଏହି ପ୍ରସ୍ତାବ ରଖିଥିଲେ । ଯାହାକି ସର୍ବସମ୍ମତି କ୍ରମେ ପାସ୍ ହେଇଥିଲା। ଏହି ସଂସଦୀୟ ଦଳ ବୈଠକରେ ବିଜେପିର ନବ ନିର୍ବାଚିତ ସାଂସଦଙ୍କ ସହିତ ଏନଡିଏରେ ସାମିଲ ଥିବା ବିଭିନ୍ନ ଦଳର ନେତା ସାମିଲ ଥିଲେ। ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଏହି ବୈଠକରେ ଯୋଗ ଦେଇଥିଲେ।